ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ ପରେ ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।
ଆସନ୍ତା ୨୫ ରୁ ୩୦ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଦକ୍ଷୀଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୁଖ୍ୟତଃ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ନୂଆପଡା ଜିଲ୍ଲାକୁ ସତର୍କ କରାଯାଇଛି ।