ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨ତାରିଖ ଯାଏଁ ବର୍ଷା ଲାଗି ରହିବ । ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାବ ।
ଆଜି ପ୍ରବଳ ବର୍ଷା ନେଇ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ,ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା,ସୁନ୍ଦରଗଡ,ଝାରସୁଗୁଡା, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ବର୍ଷା ସମୟରେ କିଛି କିଛି ସ୍ଥାନରେ ୪୫ ରୁ ୫୫ କିମି ବେଗରେ ପବନ ମଧ୍ୟ ବହିପାରେ । ଏନେଇ ମତ୍ସ୍ୟଜୀବିକୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।