ସମ୍ବଲପୁର (ଏଟିଆର ବ୍ୟୁରୋ): ଆଜି ସକାଳୁ ପୁଣି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲାଯାଇଛି । ଗତକାଲି ୨ ଟି ଗେଟ୍ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୧୦ ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି ।
ସୂଚନାମୁତାବକ, ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୮.୭୧ ଫୁଟ ରହିଥିବା ବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ ଜଳ । ସେହିପରି ନିଷ୍କାସିତ ହେଉଛି ୭୨ ହଜାର ୧୯୦ କ୍ୟୁସେକ ଜଳ ।