ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସେହିପରି ଆଜି ପ୍ରବଳ ବର୍ଷା ପାଇଁ ୧୩ ଟି ଜିଲ୍ଲା ଖୋର୍ଦ୍ଧା , ନୟାଗଡ, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।