ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସୁଦାମ ମାରାଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ପ୍ରମିଳା ମଲ୍ଲିକ ରାଜସ୍ୱ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସୁଦାମ ମାରାଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ବର୍ତ୍ତମାନ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଥିବା ବେଳେ ତାଙ୍କୁ ଏବେ ଆଉ ଏକ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ତାଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ।
ସୂଚନାଯୋଗ୍ୟ, ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ରାଜସ୍ୱ ମନ୍ତ୍ରୀ ପଦରୁ ସେ ଇସ୍ତଫା ଦେଇଥିଲେ । ଏହାପରେ ପଦ ଖାଲି ପଡିଥିଲା । ଏବେ ସୁଦାମ ମାରାଣ୍ଡିଙ୍କୁ ଏହି ଦାୟିତ୍ୱ ଦିଆଯାଇଛି ।