ସୁନ୍ଦରଗଡ (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୁନ୍ଦରଗଡ ଜିଲ୍ଲାରେ ନୂତନ ୭ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ ରେ ପହଁଚିଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି । ଗତ ୨୪ ଘଣ୍ଟାରେ ୫୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିଲା ସେଥିରୁ ୭ ଟି ନମୁନା ପଜିଟିଭ ଆସିଛି ।
ପ୍ରତ୍ୟେକ ଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେଉଥିବାରୁ ଜିଲ୍ଲା ପ୍ରଶାସନ ଓ ମେଡିକାଲ ବିଭାଗର ଚିନ୍ତା ବଢିଛି । ଗାଁ ଗାଁ ରେ ମେଡିକାଲ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କଅବ ଟାଇଫସ ନେଇ ସଚେତନ କରାଯାଉଛି ।