ପୁରୀ (ଏଟିଆର ବ୍ୟୁରୋ): ଆଜି କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଦଶମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ବଢିବା ପରେ ଏହି ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ପ୍ରାକୃତିକ ପ୍ରଣାଳୀ ତଥା ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା, ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ।
ଏହା ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ସ୍ୱଭାବିକ ହେବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।