ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୬ ତାରିଖ ରେ ଲଘୁଚାପ ଏବଂ ୨୭ ରେ ଅବପାତ ହେବାର ସମ୍ଭାବନା ରହିଛି । ସେହିଅନୁଯାୟୀ ଆଣ୍ଡାମାନ ସାଗର ଏବଂ ପାଶ୍ୱର୍ବର୍ତ୍ତି ଅଞ୍ଚଳରେ ଆସନ୍ତା ୨୫ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି ।
ଆସନ୍ତା ୨୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ୨୭ ତାରିଖ ବେଳକୁ ଦକ୍ଷୀଣ-ପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତି ଆଣ୍ଡାମାନ ସାଗରରେ ଏହା ଅବପାତର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।