ଏଟିଆର ବ୍ୟୁରୋ: ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ଉପରେ ରହୁଥିବା ବେଳେ ଭୁବନେଶ୍ୱର ଓ ପାରାଦ୍ୱୀପରେ ୨୦.୫ ଡିଗ୍ରୀ ରହୁଛି ରାତି ତାପମାତ୍ରା । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୨ ରୁ ୩ ଡିଗ୍ରୀ ରାତି ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତା ଦୁଇ ଦିନ ରାଜ୍ୟରେ ଘନ କୁହୁଡି ଦୃଶ୍ୟମାନ ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।