ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆଜି ୧୨ ଜିଲ୍ଲାରେ ବିଜୁଳି ଘଡଘଡି ସହ କୁଆପଥର ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗତକାଲିର କାଳ ବୈଶାଖୀ ବର୍ଷା ଯୋଗୁଁ ଅଧିକାଂଶ ସ୍ଥାନରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏଁ ହ୍ରାସ ପାଇଛି । ଯାହାଫଳରେ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିଛି । ଆସନ୍ତା ୯ ତାରିଖ ପରେ ରାଜ୍ୟରେ ପୁଣି ବଢିପାରେ ଦିନ ତାପମାତ୍ରା । ୧ ରୁ ୩ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହୋଇପାରେ ।
ରାଜ୍ୟରେ ଆଜି ବି କାଳବୈଶାଖୀର ପ୍ରଭାବ ରହିବ । ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।