ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ବଢିବ ତାତି । ଆଗାମୀ ୪ ଦିନ ଯାଏଁ ଉପରମୁହାଁ ହେବ ପାରଦ । ଦିନ ତାପମାତ୍ରା ୬ ରୁ ୮ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଥିବା ବେଳେ ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ଟପିବ ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପ୍ରବଳ ଗରମ ଓ ଗୁଳୁଗୁଳି ପାଇଁ ଅନୁଗୁଳ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହିଟୱେଭ ପାଇଁ ୧୫ ତାରିଖରେ ୬ ଜିଲ୍ଲାକୁ ଓ ୧୬ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।