ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେଉଥିବା ବେଳେ ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଁଚିବ ।
ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି । ୨୫ ଓ ୨୬ ତାରିଖରେ ଉତ୍ତର ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।