ବ୍ରହ୍ମପୁର(ଏଟିଆର ବ୍ୟୁରୋ): ଏକ ଦୁର୍ଘଟଣାରେ ଦମ୍ପତିଙ୍କ ଜୀବନ ଚାଲିଯାଇଛି । ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଦେଖିବାକୁ ମିଳିଛି ଆନ୍ଧ୍ରପ୍ରଦେଶ କୁଲାମ ଓ ଭେସି ଗାଁ ନିକଟରେ । ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଗୁଣ୍ଡା ଗାଁର ଭଗବାନ ଚୈନୀ ଓ ତାଙ୍କ ପତ୍ନୀ ଭାରତୀ ଚୈନୀ ଏକ ବ୍ରତଘର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ଲୁନା ମାଧ୍ୟମରେ ଆନ୍ଧ୍ରପ୍ରଦେଶ ଭେସି ଗାଁକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।
ରାସ୍ତା ପାର ହେଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ଦୁହେଁଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ଉତ୍ତେଜନା ଦେଖାଯାଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।