ଏଟିଆର ବ୍ୟୁରୋ: କୋରେଇ ଷ୍ଟେସନରେ ପଣ୍ୟବାହୀ ଟ୍ରେନ ଦୁର୍ଘଟଣା ଯୋଗୁଁ ଆର୍ଥିକ ସହାୟତା ଘୋଷଣା କରିଛି ରେଳବାଇ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।
ରେଳମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି କି, କୋରେଇ ଠାରେ ପଣ୍ୟବାହୀ ଟ୍ରେନ ଦୁର୍ଘଟଣା ଯୋଗୁଁ ମୃତାହତ ହୋଇଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରୁଛି । ମୃତ ବ୍ୟଙ୍କ ମାନଙ୍କ ପରିବାର ସଦସ୍ୟଙ୍କୁ ୫ ଲକ୍ଷ, ଗୁରୁତର ଆହତ ପାଇଁ ୧ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରୁଛି ।