ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତ ବର୍ଷ କରୋନା ଗାଇଡଲାଇନ ଅନୁଯାୟୀ ଅନୁଷ୍ଠିତ ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।
ପରିକ୍ଷାରେ ସମସ୍ତ ଛାତ୍ର ଛାତ୍ରୀଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ପାଇଁ ପରାମର୍ଶ ଦିଆଯାଇଛି । ବିଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି ।