ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ପୁସ୍ତିକା ଉନ୍ମୋଚନ କରିଛନ୍ତି ।
ବିଜ୍ଞାନରେ ୯୪ ପ୍ରତିଶତ ପାସ୍ ହାର ରହିଥିବା ବେଳେ ବାଣିଜ୍ୟରେ ୮୯ ପ୍ରତିଶତ ପାସ୍ ହାର । ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ କଳାର ପରୀକ୍ଷା ଫଳ । ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି ।