ଭୁବନେଶ୍ୱର(ଏଟିଆର ବ୍ୟୁରୋ):କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟରେ ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହ ଆସନ୍ତା ୧୯ ରୁ ରାଜ୍ୟ ସମସ୍ତ ସ୍କୁଲ ଓ ହଷ୍ଟେଲ ବନ୍ଦ ହେବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ପରବର୍ତ୍ତୀସମୟରେ ମହାମାରୀ ପରିସ୍ଥିତିରେ ଉନ୍ନତି ଆସିଲେ ପରୀକ୍ଷା ବିଷୟରେ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି ।
ରାଜ୍ୟରେ ମାଧ୍ୟମିକ ବୋର୍ଡ ପରୀକ୍ଷା ମଇ ୩ ୨୦୨୧ ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ସେହିପରି ୧୮.୫.୨୦୨୧ ରିଖଠାରୁ ଆରମ୍ଭ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଓ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବ ପାଇଁ ପରବର୍ତ୍ତର୍ ୀନିଷ୍ପତ୍ତି ନିଆଯିବ ।
୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।