ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମହାମାରୀ କରୋନା ପାଇଁ ଗତ ଦୁଇବର୍ଷ ହେବ ଛାତ୍ରଛାତ୍ରୀଙ୍କ ଶିକ୍ଷା ବ୍ୟବସ୍ଥା ପ୍ରଭାବିତ ହେବାରେ ଲାଗିଛି । ମହାମାରୀ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ବେଳେ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ପ୍ରଦାନ କରାଯାଉଥିଲା । ତେବେ ମହାମାରୀର ଦ୍ୱିତୀୟ ଲହର ପ୍ରଭାବ କମିଥିବାରୁ ଧୀରେ ଧୀରେ ଶିକ୍ଷାନୁଷ୍ଠାନଗୁଡିକୁ ଖୋଲା ହେବାରେ ଲାଗିଲାଣି ।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁକ୍ରମେ ରାଜ୍ୟର ବିଭିନ୍ନ କଲେଜ ଖୋଲା ଯାଇଥିବା ବେଳେ ଆଜିଠାରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଗୁଡିକ ଖୋଲା ଯାଇଛି । ଆଜିଠାରୁ ସମସ୍ତ ଆଇଟିଆଇ ପଲିଟେକନିକ ଏବଂ ବୈଷୟିକ ଶିକ୍ଷାର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲିଛି ।
କରୋନା କଟକଣା ମଧ୍ୟରେ କଲେଜ ଗୁଡକୁ ଖୋଲା ଯିବା ସହ କୋଭିଡ ନିୟମଗୁଡିକୁ କଡାକଡି ପାଳନ କରାଯିବାକୁ ନିର୍ଦ୍ଦେଶ ଦିଆ ଯାଇଛି । ସାମାଜିକ ଦୂରତା ପାଳନ ସହ ମାସ୍କ ପରିଧ୍ୟାନ କରିବାକୁ ବାଧ୍ୟତାମୂଳକ କରାଯାଇଛି ।
ବର୍ତ୍ତମାନ ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲାଯାଇଥିବା ବେଳେ କୋଭିଡ ପରିସ୍ଥିତିକୁ ଲକ୍ଷ୍ୟ କରି ପରବର୍ତ୍ତୀ ସମୟରେ ସବୁବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଖୋଲିବା ନେଇ ଯୋଜନା କରାଯାଇଥିବା ନେଇ ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024