ଭୁବନେଶ୍ୱର (ଏଟିଆର ବ୍ୟୁରୋ): ମହାମାରୀ ପାଇଁ ଶିକ୍ଷା ବ୍ୟବସ୍ଥା ଥପ ହୋଇ ଯାଇଥିଲା । ତେବେ ଏବେ ଧୀରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରାଯାଇ ଶିକ୍ଷା ବ୍ୟବସ୍ଥାକୁ ସୁଧୁରାଯାଉଛି । ଚଳିତବର୍ଷ କରୋନା ପାଇଁ ମାଟ୍ରିକ ପରୀକ୍ଷା ରେଜଲ୍ଟ ଡେରୀରେ ପ୍ରକାଶିତ ହୋଇଥିବା ବେଳେ ଯୁକ୍ତ୨ ପାଇଁ ନାମଲେଖା ମଧ୍ୟ ଡେରିରେ ଆରମ୍ଭ ହେବାକୁ ଯାଉଛି ।
ତେବେ ଆସନ୍ତ। ଅଗଷ୍ଟ ୨୧ରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେବା ସହ କହିଛନ୍ତି, ଚଳିତ ବର୍ଷ କରୋନା ପାଇଁ ମାଟ୍ରିକ ରେଜଲ୍ଟ ଡେରିରେ ପ୍ରକାଶିତ ହୋଇଥିବା ରେଜଲ୍ଟ ଭଲ ହୋଇଛି । ତେବେ ଏବର୍ଷ କରୋନା ପାଇଁ ଯୁକ୍ତ ୨ ନାମ ଲେଖା ଡେରିରେ ଆରମ୍ଭ ହେବାକୁ ଯାଉଛି । ଛାତ୍ରଛାତ୍ରୀମାନେ ଅନଲାଇନରେ ଆଡମିଶନ ପାଇଁ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ SAMS ସେଣ୍ଟର ଜରିଆରେ ଆବେନ କରିପାରିବେ ।
ମନ୍ତ୍ରୀ ଆହୁରୀ ମଧ୍ୟ କହିଛନ୍ତି, ଚଳିତବର୍ଷ କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଡମିଶନ ପାଇଁ ଆବେଦନ ଫି’ କମାଇଛନ୍ତି । ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଏବର୍ଷ ଆବେଦନ ଫି’୨୦୦ଟଙ୍କା ରଖାଯାଇଥିବା ବେଳେ SC/ST ଛାତ୍ରଛାତ୍ରୀଙ୍କ ପାଇଁ ୧୦୦ ଟଙ୍କା ରଖାଯାଇଛି । ଏହା ସହ ସେପ୍ଟେମ୍ବର ୯ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସମୀର ଦାଶ କହିଛନ୍ତି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024