ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନାର ସ୍ଥିତି ବିଗିଡିବାରେ ଲାଗିଛି । ଦିନକୁ ଦିନ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ତେବେ ଏହି ସ୍ଥିତିକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲଙ୍କୁ ଚିଠି ଲେଖିବା ସହ ଆଗକୁ ହେବାକୁ ଥିବା NEET ଓ JEE ପରୀକ୍ଷା ଘଞ୍ଚାଇବାକୁ ଅନୁରୋଧ କରିଛନ୍ତି । ରାଜ୍ୟର କୋଭିଡ ସଂକ୍ରମଣକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।
ମୁଖ୍ୟମନ୍ତ୍ରୀ ନିଜ ଚିଠିରେ ପରୀକ୍ଷା ଲେଖିଛନ୍ତି କି, କେରାନା ଯୋଗୁଁ ପରୀକ୍ଷା କେନ୍ଦ୍ରକୁ ଛାତ୍ରଛାତ୍ରୀ ମାନେ ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ । ଏହାଫଳରେ ସଂକ୍ରମଣ ଅଧିକ ବ୍ୟାପିବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସଟଡାଉନ ଓ ଲକ ଡାଉନ ଜାରି ରହିଛି । ଯାହାଫଳରେ ପରୀକ୍ଷା ଦେବାକୁ ଯାତାୟତ କରିବାରେ ସମସ୍ୟା ସୃଷ୍ଟି ହେବ । ଓଡିଶାର ଆଦିବାସୀ ଅଞ୍ଚଳର ପିଲାଙ୍କ ପାଇଁ ମଧ୍ୟ ପରୀକ୍ଷା ବେଦା ସମ୍ଭବ ହେବ ନାହିଁ । ଦୁର୍ଗମ ଅଞ୍ଚଳରୁ ଯାଇ ପରୀକ୍ଷା ଦେବା ସେମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ ।
ଖାଲି ସେତି କି ନୁହେଁ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର କରିବାକୁ ଅନୁରୋଧ କରିଛନ୍ତି । ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ହେଲେ ପିଲାମାନେ ଦୁଇରୁ ତିନି ଘଣ୍ଟାରେ ଯାଇ ଫେରି ପାରିବେ ବୋଲି ମୁଖ୍ୟମନ୍ତ୍ରୀ ନିଜ ଚିଠିରେ ଲେଖିଛନ୍ତି । କିଛି ଦିନ ତଳେ ୧୧ରାଜ୍ୟର ୧୧ଜଣ ଛାତ୍ର ପରୀକ୍ଷା ନ କରିବା ପାଇଁ ସୁପ୍ରିମ କୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ ଯାହାର ଶୁଣାଣି କରି ପରୀକ୍ଷା ହେବା ନେଇ ସୁପ୍ରିମକୋର୍ଟ ନିଜର ସବୁଜ ସଂକେତ ପ୍ରଦାନ କରିଥିଲେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024