ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ୮୯୧ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଉଥିବା ବେଳେ ପରୀକ୍ଷାକୁ ସୁରୁଖୁରୁରେ ସମ୍ପାଦନ କରିବା ପାଇଁ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । କିଛିବର୍ଷ ହେବ ପ୍ରଶ୍ନପତ୍ର ଭାଇରାଲ ହେବା ସହ ପରୀକ୍ଷାରେ ବ୍ୟାପକ ଅନୀୟମିତତା ଦେଖିବାକୁ ମିଳୁଥିବାରୁ ଏବର୍ଷ ପରୀକ୍ଷାକୁ ସୁରୁଖୁରୁରେ ସାରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ସୁରୁଖୁରୁରେ ସାରିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ବୋର୍ଡ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ପରୀକ୍ଷା ନିମନ୍ତେ ଫ୍ଲାଇଂ ସ୍କ୍ୱାର୍ଡ, ବୋର୍ଡ ଓ ଜିଲ୍ଲା ପ୍ରଶାସନ ଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହାସହ ୧ହଜାରଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ଯାହାଫଳରେ ପରୀକ୍ଷା କେନ୍ଦ୍ର ଗୁଡିକ ଉପରେ ତୀକ୍ଷ୍ଣ ନଜର ରଖାଯାଇପାରିବ । ତେବେ ଚଳିତ ବର୍ଷ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ରହି ପରୀକ୍ଷା ତଦାରଖ କରିବେ ।