ଭୁବନେଶ୍ୱର (ଏଟିଆର ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବାତିଲ ହେଲା ଯୁକ୍ତ ଦୁଇ ପରୀକ୍ଷା । ରାଜ୍ୟ ସରକାରଙ୍କ ପକ୍ଷରୁ ସିଏଚଏସଇ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ବାତିଲ କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ । କରୋନା କାଳରେ ପରୀକ୍ଷା ସମ୍ଭବ ନୁହେଁ, ପରୀକ୍ଷା ହେଲେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟତ୍ରୀ, ଅଭିଭାବକମାନେ ବହୁ ଅସୁବିଧାର ଶିକାର ହୋଇଥାନ୍ତି ।ଏହାକୁ ଦୃଷ୍ଟିରେ ଏହି ନିଷ୍ପତି ଗ୍ରହଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।