ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତ ବର୍ଷର ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ଆସନ୍ତା ୧୨ତାରିଖରେ ପ୍ରକାଶ ପାଇବାକୁ ଯାଉଛି । ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ଘୋଷଣା କରିଛନ୍ତି । ମନ୍ତ୍ରୀ କହିଛନ୍ତି ଆସନ୍ତା ୧୨ ତାରିଖ ଅର୍ଥାତ ବୁଧବାର ଦିନ ମଧ୍ୟାହ୍ନ ୧୨.୩୦ ସମୟରେ ପରୀକ୍ଷା ଫଳ ୱେସାଇଟ ମାଧ୍ୟମରେ ପ୍ରକାଶ କରାଯିବ ।
ସୂଚନାନୁଯାୟୀ ରେଜଲ୍ଟ ପ୍ରକାଶ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚୂଡାନ୍ତ ପ୍ରସ୍ତୁତି ଚାଲିଛି । ଅନ୍ୟପଟେ ଯୁକ୍ତ୨ ବାଣିଜ୍ୟ ପରୀକ୍ଷା ଫଳ ଅଗଷ୍ଟ ତୃତୀୟ ସପ୍ତାହ ଓ ଯୁକ୍ତ୨ କଳା ପରୀକ୍ଷା ଫଳ ଶେଷ ସପ୍ତାହରେ ପ୍ରକାଶ କରାଯିବ । ଛାତ୍ରଛାତ୍ରୀମାନେ ନିଜ ନିଜର ପରୀକ୍ଷ ଫଳ ୱେବସାଇଡ ମାଧ୍ୟମରେ ଦେଖିପାରିବେ । ଚଳିତ ବର୍ଷ ୩ଲକ୍ଷ ୫୦ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ କରୋନା ମହାମାରୀ ପାଇଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ଘଟିଛି ।
ଅନ୍ୟପଟେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାକୁ ଆସନ୍ତା ସେପ୍ଟେମ୍ବର ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ କରାଯିବାକୁ ଥିବା ବେଳେ ସେପ୍ଟେମ୍ବର ୧୪ରୁ ୨୪ ତାରିଖ ମଧ୍ୟରେ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା କରାଯିବା ନେଇ ବିଭାଗୀୟ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି । ଏହାସହ ମନ୍ତ୍ରୀ ସମୀର ରଞ୍ଜନ ଦାସ ଅଗଷ୍ଟ ସୁଦ୍ଧା ୫୬ହଜାର ଶିକ୍ଷକ ଶିକ୍ଷୟତ୍ରୀଙ୍କର ପଦୋନ୍ନତି ହେବା ନେଇ ସୂଚନା ଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024