ଭୁବନେଶ୍ୱର (ଏଟିଆର ବ୍ୟୁରୋ):ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ । ଏନେଇ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ଅନୁଯାୟୀ କଳା ସହିତ ଯୁକ୍ତ ଦୁଇ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ପୂର୍ବରୁ ଅଗଷ୍ଟ ମାସ ଶେଷ ସପ୍ତାହରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଥିଲା ।
ସେପଟେ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇସାରିଛି । ବିଜ୍ଞାନରେ ୭୦.୨୧ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଥିବା ବେଳେ ବାଣିଜ୍ୟରେ ୭୪.୯୫ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି । ଚଳିତ ବର୍ଷ ମହାମାରୀ କରୋନା ପାଇଁ ଶିକ୍ଷା ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ସବୁ କିଛି ପ୍ରଭାବତି ହୋଇଯାଇଛି । ମାର୍ଚ୍ଚ ମାସରୁ କରୋନା ପାଇଁ ଆରମ୍ଭ ହୋଇଥିବା ଲକ ଡାଉନ ଓ ସଟଡାଉନ ଫଳରେ ସବୁ କିଛି ପ୍ରଭାବିତ ହୋଇଛି ।
ବିଶେଷ କରି ଛାତ୍ରଛାତ୍ରୀଙ୍କ ଶିକ୍ଷାରେ ଏହି ମହାମାରୀର ପ୍ରଭାବ ଅଧିକ ଦେଖିବାକୁ ମିଳିଛି । ତେବେ ସରକାର ସମସ୍ତ ପ୍ରକାରର ସ୍ଥିତିକୁ ଆଖି ଆଗରେ ରଖି ବିଭିନ୍ନ ପଦକ୍ଷେମାନ ଗ୍ରହଣ କରିବା ସହ ସ୍ଥିତିକୁ ସୁଧାରିବାରେ ଲାଗି ପଡିଛିନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024