ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଆଜିଠୁ ରାଜ୍ୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି ।
ପୂର୍ବରୁ ମେ ମାସ ୫ ତାରିଖରୁ ଜୁନ୍ ମାସ ୧୭ ତାରିଖ ଯାଏଁ ଘୋଷଣା ହୋଇଥିଲା । କିନ୍ତୁ ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ନିର୍ଦ୍ଧାରିତ ତାରିଖର ୧୫ ଦିନ ପୂର୍ବରୁ ଖରାଛୁଟି କରାଯାଇଛି ।