ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲ୍ଲୀପ କୁମାରଙ୍କ ସ୍ୱାସ୍ଥ୍ୟରେ ଅବନତୀ ହେତୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳରେ ଅଚାନକ ତାଙ୍କର ନଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହୋଇଥିଲା । ଏହାପରେ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଡାକ୍ତରମାନେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନୀରିକ୍ଷଣ କରୁଛନ୍ତି ।
ସେ ଦୀର୍ଘ ଦିନ ହେବ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାପୂର୍ବରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।