ମୁମ୍ବାଇ(ଏଟିଆର ବ୍ୟୁରୋ):ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲରେ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିଲେ ଏକ୍ସ – ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ । ବର୍ତ୍ତମାନ ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇଦିଆ ଯାଇଛି । ମୁ୍ମ୍ବାଇ ବାଇକୁଲା ଜେଲରେ ରିୟାଙ୍କୁ ଅଲଗା ଏକ ସେଲରେ ରଖାଯାଇଛି । ତାଙ୍କୁ ସୁରକ୍ଷା ଦେବା ପାଇଁ ଏହି ସେଲରେ ରଖାଯାଇଛି । ଗତ କାଲି ସନ୍ଧ୍ୟା ୬ଟା ରେ ରିୟାଙ୍କୁ ଡିନର ଖାଇବାକୁ ଦିଆ ଯାଇଥିଲା । ଖାଦ୍ୟରେ ଭାତ, ରୁଟି,ଡାଲି, ତରକାରି ସାମିଲ ଥିଲା । ତେବେ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ରିୟା ଆଜି ସେସନ କୋର୍ଟରେ ଜାମିନ ପାଇଁ ଆବେଦନ କରିବେ । ଏହା ସହିତ ତାଙ୍କ ଭାଇ ସୌଭିକ ମଧ୍ୟ ଆଜି ଜାମିନ ଆବେଦନ କରିବେ । ସୌଭିକଙ୍କର ରିମାଣ୍ଡର ଅବଧି ଶେଷ ହେବା ପରେ ଡ୍ରଗ୍ସ ଲିଙ୍ଗରେ ଗିରଫ ହୋଇଥିବା ଅନ୍ୟ ୪ ଜଣଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024