ମୁମ୍ବାଇ(ଏଟିଆର ବ୍ୟୁରୋ): ବଲିଉଡର ଗାୟିକା କନିକା କପୁର କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡିଛି । ନିକଟରେ ସେ ଲଣ୍ଡନରୁ ଫେରିଥିଲେ । ଏହା ପରେ କନିକାଙ୍କୁ ଆଇସୋଲେସନରେ ରଖାଯାଇଥିଲା । ତେବେ ତାଙ୍କ ନମୁନା ପରୀକ୍ଷା କରିବା ପାଇଁ ପଠାଯାଇଥିଲା । ଆଜି କନିକାନଙ୍କ ରିର୍ପୋଟ ପଜେଟିବ ଆସିଛି ।କନିକାଙ୍କ ନମୁନାରେ କରୋନା ଭୂତାଣୁ ପଜିଟିଭ୍ ଆସିବା ପରେ ତାଙ୍କୁ ଲକ୍ଷ୍ନୌସ୍ଥିତ କିଙ୍ଗ୍ ଜର୍ଜସ୍ ମେଡିକାଲ ୟୁନିଭର୍ସିଟି (କେଜିଏମୟୁ)ର ଆଇସୋଲେଶନ ଓ୍ୱାର୍ଡରେ ରଖାଯାଇଛି। ତେବେ କନିକାଙ୍କ ପରିବାର ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିବା କଥା ସେ ଟ୍ୱିଟ୍ କରି କହିଛନ୍ତି । ଏହାକୁ ନେଇ ସାରା ବଲିଉଡରେ ଭୟର ବାତାବରଣ ଖେଳି ଯାଇଛି ।
ସୂଚନା ଯୋଗ୍ୟ କରୋନା ଭାଇରସରେ ଭାରତରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସାରା ବିଶ୍ୱକୁ ଏବେ କରୋନା ଭୟ । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୭ ହଜାରରୁ ଅଧିକ ଜୀବନ ନେଇ ସାରିଲାଣି । ସେହିପରି ଭାରତରେ ୧୯୫ରୁ ଉର୍ଦ୍ଧ ବ୍ୟକ୍ତି ଏହି ଭାଇରସରେ ଆକ୍ରାନ୍ତା ହୋଇଥିବାର ସୂଚନା ରହିଛି । ଏଥିରେ ୩୨ ଜଣ ବିଦେଶୀ ନାଗରିକ ଥିବାର ଜଣାପଡିଛି । ଅନ୍ୟପଟେ କରୋନା ମୁକାବିଲା ପାଇଁ ଆସନ୍ତା ୨୨ ତାରିଖ ଦିନ ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ଗାଇଡ ଲାଇନ ଜାରି କରାଯାଇଛି । ତେବେ ପୂର୍ବରୁ ମୁମ୍ବାଇ, କର୍ଣ୍ଣାଟକା, ଦିଲ୍ଲୀ ,ପଞ୍ଜାବ ଓ ଜୟପୁରରେ ରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।