ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କିଲର ଭାଇରାସ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୬ ଜୀବନ ନେଇଛି ଭାଇରସ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି ଓ ଗଜପତି ଜିଲ୍ଲାରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରି ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।