ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶାରେ କାୟା ମେଲାଇଲାଣି ଓମିକ୍ରନ୍ । ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ଏକାସଙ୍ଗରେ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ରେ ପହଁଚିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ ।
ଆଜି ନୂତନ ଚିହ୍ନଟ ହୋଇଥିବା ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରେ ବିଦେଶ ଫେରନ୍ତା ସମେତ ସ୍ଥାନୀୟ ସଂକ୍ରମିତ ମଧ୍ୟ ରହିଥିବା ଜଣାପଡିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି ।