ସୁନ୍ଦରଗଡ (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୁନ୍ଦରଗଡ ଜିଲ୍ଲାରେ ନୂତନ ୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ ରେ ପହଁଚିଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି ।
ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି,ରୋଗ ପାଇଁ ଯଥେଷ୍ଟ ଔଷଧ ମହଜୁଦ ରହିଛି। ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଥିବା ସେ କହିଛନ୍ତି।