ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚିନ୍ତା ବଢାଉଛି କରୋନା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହିତ ଗୋଟେ ପରେ ଗୋଟେ ଜୀବନ ନେଉଛି ଏହି ଅଦୃଶ୍ୟ ମହାମାରୀ । ରାଜ୍ୟରେ ଆଜି ପୁଣି ଆଉ ୪ ଜଣ କରୋନାରେ ଜୀବନ ହାରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆଜି ଯେଉଁ ୫ ଜଣଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଥିବା ବେଳେ କଟକ ଏବଂ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଁଏ ଥିବା ଜାଣିବାକୁ ମିଳିଛି ।