ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୫ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ଜଣଙ୍କର ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୨୩ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ପୁରୀ ଜିଲ୍ଲାରୁ ଜଣେ ରହିଛନ୍ତି ।