ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ରେ ସାମାନ୍ୟ ହ୍ରାସ ହୋଇଥିବା ବେଳେ ଏବେ ପୁଣି ୬୦ ଉପରେ ରହିଛି ମୃତ୍ୟୁ ସଂଖ୍ୟା । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୨୪୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୨ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ,ବରଗଡ଼ ଜିଲ୍ଲାରୁ ୭ଜଣ ,ଅନୁଗୁଳ ଜିଲ୍ଲାରୁ ୬ଜଣ , କେନ୍ଦୁଝର ଜିଲ୍ଲାରୁ ୫ଜଣ,କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ , ବାଲେଶ୍ୱର ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଭଦ୍ରକ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ପୁରୀ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ସୋନପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।