ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି । ଦ୍ରୁତ ଗତିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୮ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବରଗଡ଼,ବାଲେଶ୍ବର, ବଲାଙ୍ଗୀର, ଭଦ୍ରକ,ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ ଆଜି ରାଜ୍ୟରୁ ନୂତନ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୫୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭୯୨ ଜଣ ସ୍ଥାନୀୟ ଅଞ୍ଚଳର ।