ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚି ଚାଲିଛି ମହାମାରୀ କରୋନା । ସ୍ଥିତି ଭୟଙ୍କର ହେବାରେ ଲାଗିଛି । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଏଥିରେ ଲାଗୁନି ବ୍ରେକ । ସେହିପରି ପୁଣି ରାଜ୍ୟରୁ ଆଉ ୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୯୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ ରହିଥିବା ବେଳେ କଟକ, ଗଞ୍ଜାମ, ଭଦ୍ରକ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।