ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚି ଚାଲିଛି ମହାମାରୀ କରୋନା । କୋପ କମିବାରେ ନାଁ ଧରୁନି । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୦୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ , ରୟାଗଡା ଜିଲ୍ଲାରୁ ୨ ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି ।