ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚି ଚାଲିଛି ମହାମାରୀ କରୋନା । ଲାଗୁନି ବ୍ରେକ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ସେହିପରି ପୁଣି ରାଜ୍ୟରୁ ଆଉ ୧୦ ମୁଣ୍ଡ ନେଇଛି କିଲର ଭାଇରସ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ ଜଣ, ରୟାଗଡା ଜିଲ୍ଲାରୁ ୩ ଜଣ ଏବଂ ବୌଦ୍ଧ, ଖୋର୍ଦ୍ଧା, ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।