ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କିଲର ଭାଇରସ । ଥମୁନି କୋପ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ପୁଣ୍ଡ ନେଇ ଚାଲିଛି ମହାମାରୀ । ସେହିପରି ପୁଣି ରାଜ୍ୟରୁ ୧୪ ମୁଣ୍ଡ ନେଇଛି ମହାମାରୀ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୩,ରାୟଗଡା ଜିଲ୍ଲାରୁ ୨ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ କଳାହାଣ୍ଡି, ଗଞ୍ଜାମ, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।