ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କଲବଲ କରୁଛି କିଲର ଭାଇରାସ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୪ ଜଣ କରୋନାରେ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ରାୟଗଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଖୋର୍ଦ୍ଧା , ଗଞ୍ଜାମ, ଦେବଗଡ, ଜଗତସିଂହପୁର, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।