ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ହନ୍ତସନ୍ତ କରୁଛି କିଲର ଭାଇରାସ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୫ ଜୀବନ ନେଇଛି ଭାଇରସ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଛନ୍ତି ।