ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆତଙ୍କ ଖେଳାଇଛି କିଲର ଭାଇରାସ । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୫ ମୁଣ୍ଡ ନେଇଛି ଭାଇରସ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ପୁରୀ, କଟକ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।