ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉଗ୍ର ହେଉଛି ମହାମାରୀ କରୋନା । ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୭ ଜଣ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ ,କଳାହାଣ୍ଡି, ବୌଦ୍ଧ, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ସମ୍ବଲପୁର, ରାୟଗଡା ଜିଲ୍ଲାରୁୁ ଜଣେ ଲେଖାଏଁ ରହିଛନ୍ତି ।