ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ଗୋଟେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଗୋଟେ ପରେ ଗୋଟେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ୧୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୮୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଥିବା ବେଳେ , ଅନୁଗୁଳ, ବଲାଙ୍ଗୀର, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ଯାଜପୁର, ଝାରସୁଗୁଡା, ପୁରୀ, ରାୟଗଡା, ସମ୍ବଲପୁର, ସୋନପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।