ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ,କଳାହାଣ୍ଡି ,ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ବେଳେ , ଦେବଗଡ, ବୌଦ୍ଧ, ଗଜପତି, ମାଲକାନଗିରି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।