ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା କୋପ । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୩୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ଭୁବନେଶ୍ୱର, କଳାହାଣ୍ଡି,ନୂଆପଡା, ସୁନ୍ଦରଗଡରୁ ୨ ଜଣ ଲେଖାଁଏ ରହିଥିବା ବେଳେ ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ, ଢେଙ୍କାନଳ, ଗଞ୍ଜାମ, ଖୋର୍ଦ୍ଧା, ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।