ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ଆତଙ୍କ ଥମିବାର ନାଁ ଧରୁନି । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୧୯ ମୁଣ୍ଡ ନେଇଛି କରୋନା । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୧୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ଅନୁଗୁ, ରାୟଗଡାରୁ ୩ ଜଣ ଲେଖାଁଏ, ସୁନ୍ଦରଗଡ, ନୂଆପଡାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, କେନ୍ଦ୍ରପଡା, ନବରଙ୍ଗପୁର, ନୟାଗଡ, ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।