ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଥମିବାର ନାଁ ଧରୁନି । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ ୨୨ ମୁଣ୍ଡ ନେଇଛି କରୋନା । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଳାହାଣ୍ଡି, ବୌଦ୍ଧ, ନୂଆପଡା, ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଏବଂ କୋରାପୁଟ, ଗଜପତି, ରାୟଗଡା ରୁ ୨ ଜଣ ରହିଥିବା ବେଳେ ବଲାଙ୍ଗୀରରୁ ଜଣେ ରହିଛନ୍ତି ।