ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି ମହାମାରୀ କରୋନା । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନା ନେଲା ୨୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଏବଂ ଅନୁୁଗୁଳ ଜିଲ୍ଲାରୁ ୩ ଜଣ । ସେହିପରି ରାୟଗଡା, ସୁନ୍ଦରଗଡ, ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।