ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉଗ୍ର ହେଉଛି ମହାମାରୀ କରୋନା । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ପୁଣି ରାଜ୍ୟରୁ କରୋନା ନେଲା ୨୮ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଲେଖାଏଁ, ପୁରୀ, ନବରଙ୍ଗପୁର ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।